ରୋମୀୟ 10

କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ।

Romans 10:13 (UKJV) For whosoever shall call upon the name of the Lord shall be saved.

11ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।

12କାରଣ ଯିହୁଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।

13କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ।

14ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?

15ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.