ରୋମୀୟ 10

କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”

Romans 10:18 (UKJV) But I say, Have they not heard? Yes verily, their sound went into all the earth, and their words unto the ends of the world.

16କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?”

17ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।

18କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”

19କିନ୍ତୁ ମୁଁ କହେ, ଇସ୍ରାଏଲ କଅଣ ଜାଣି ନାହାନ୍ତି? ପ୍ରଥମରେ ମୋଶା କହନ୍ତି, “ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା।”

20ତାହା ପରେ ଯିଶାଇୟ ସାହସରେ କହନ୍ତି, “ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.