19କିନ୍ତୁ ମୁଁ କହେ, ଇସ୍ରାଏଲ କଅଣ ଜାଣି ନାହାନ୍ତି? ପ୍ରଥମରେ ମୋଶା କହନ୍ତି, “ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା।”
20ତାହା ପରେ ଯିଶାଇୟ ସାହସରେ କହନ୍ତି, “ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”
21କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, “ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।”