ରୋମୀୟ 10

ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।

Romans 10:3 (UKJV) For they being ignorant of God's righteousness, and going about to establish their own righteousness, have not submitted themselves unto the righteousness of God.

1ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।

2କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ।

3ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।

4କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।

5କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.