ରୋମୀୟ 10

କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।

Romans 10:5 (UKJV) For Moses describes the righteousness which is of the law, That the man which does those things shall live by them.

3ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।

4କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।

5କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।

6କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, କିଏ ସ୍ୱର୍ଗାରୋହଣ କରିବ (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ନିମନ୍ତେ)?”

7“ଅବା ‘କିଏ ପାତାଳକୁ ଅବତରଣ କରିବ’” (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.