4କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।
5କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।
6କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, କିଏ ସ୍ୱର୍ଗାରୋହଣ କରିବ (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ନିମନ୍ତେ)?”
7“ଅବା ‘କିଏ ପାତାଳକୁ ଅବତରଣ କରିବ’” (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)?
8କିନ୍ତୁ ତାହା କଅଣ କହେ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି,” ଅର୍ଥାତ୍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।