ରୋମୀୟ 11

ତେବେ ମୁଁ କହେ, ଈଶ୍ବର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ।

Romans 11:1 (UKJV) I say then, Has God cast away his people? God forbid. For I also am an Israelite, of the seed of Abraham, of the tribe of Benjamin.

1ତେବେ ମୁଁ କହେ, ଈଶ୍ବର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ।

2ଈଶ୍ବର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି; ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ବରଙ୍କଠାରେ ନିବେଦନ କରନ୍ତି,

3“ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.