ରୋମୀୟ 11

କିନ୍ତୁ ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୁଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି,

Romans 11:13 (UKJV) For I speak to you Gentiles, inasmuch as I am the apostle of the Gentiles, I magnify mine office:

11ତେବେ ମୁଁ ପଚାରେ, କଅଣ ଯିହୁଦୀମାନେ ବିନଷ୍ଟ ହେବା ନିମନ୍ତେ ଝୁଣ୍ଟିଲେ? ତାହା କେବେ ହେଁ ନ ହେଉ, ବରଂ ସେମାନଙ୍କୁ ଉଦ୍‍ଯୋଗୀ କରିବା ନିମନ୍ତେ ସେମାନଙ୍କ ପତନ ଦ୍ୱାରା ଅଣଯିହୁଦୀମାନଙ୍କ ନିକଟରେ ପରିତ୍ରାଣ ଉପସ୍ଥିତ ହୋଇଅଛି।

12ଯଦି ସେମାନଙ୍କର ପତନ ଜଗତର ଧନ ସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୁଦୀମାନଙ୍କ ଧନ ସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନ ସ୍ୱରୂପ ନ ହେବ!

13କିନ୍ତୁ ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୁଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି,

14ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍‍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ।

15କାରଣ ଯଦି ସେମାନଙ୍କର ତୁଚ୍ଛ କରିବା ଦ୍ୱାରା ସଂସାରର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.