ରୋମୀୟ 11

କାରଣ ଯଦି ସେମାନଙ୍କର ତୁଚ୍ଛ କରିବା ଦ୍ୱାରା ସଂସାରର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ?

Romans 11:15 (UKJV) For if the casting away of them be the reconciling of the world, what shall the receiving of them be, but life from the dead?

13କିନ୍ତୁ ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୁଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି,

14ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍‍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ।

15କାରଣ ଯଦି ସେମାନଙ୍କର ତୁଚ୍ଛ କରିବା ଦ୍ୱାରା ସଂସାରର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ?

16ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର।

17କିନ୍ତୁ ଯଦି ଘରୋଇ ଜୀତବୃକ୍ଷର କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତବୃକ୍ଷର ଶାଖା ହେଲେ ହେଁ ସେହି ଘରୋଇ ଜୀତବୃକ୍ଷରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.