14ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ।
15କାରଣ ଯଦି ସେମାନଙ୍କର ତୁଚ୍ଛ କରିବା ଦ୍ୱାରା ସଂସାରର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ?
16ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର।
17କିନ୍ତୁ ଯଦି ଘରୋଇ ଜୀତବୃକ୍ଷର କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତବୃକ୍ଷର ଶାଖା ହେଲେ ହେଁ ସେହି ଘରୋଇ ଜୀତବୃକ୍ଷରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,
18ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ।