ରୋମୀୟ 11

ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି।

Romans 11:19 (UKJV) You will say then, The branches were broken off, that I might be grafted in.

17କିନ୍ତୁ ଯଦି ଘରୋଇ ଜୀତବୃକ୍ଷର କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତବୃକ୍ଷର ଶାଖା ହେଲେ ହେଁ ସେହି ଘରୋଇ ଜୀତବୃକ୍ଷରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,

18ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ।

19ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି।

20ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;

21କାରଣ ଯଦି ଈଶ୍ବର ସ୍ୱାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.