ରୋମୀୟ 11

କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତବୃକ୍ଷରେ କଲମ କରାଯିବେ!

Romans 11:24 (UKJV) For if you were cut out of the olive tree which is wild by nature, and were grafted contrary to nature into a good olive tree: how much more shall these, which be the natural branches, be grafted into their own olive tree?

22ଅତଏବ, ଈଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ।

23ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ବର ସମର୍ଥ ଅଟନ୍ତି।

24କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତବୃକ୍ଷରେ କଲମ କରାଯିବେ!

25କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୁଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;

26ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.