ରୋମୀୟ 11

ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।

Romans 11:26 (UKJV) And so all Israel shall be saved: as it is written, There shall come out of Sion the Deliverer, and shall turn away ungodliness from Jacob:

24କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତବୃକ୍ଷରେ କଲମ କରାଯିବେ!

25କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୁଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;

26ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।

27ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।”

28ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃ-ପୁରୁଷଙ୍କ ସକାଶେ ସେମାନେ ଈଶ୍ବରଙ୍କ ପ୍ରିୟପାତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.