29କାରଣ, ଈଶ୍ବରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ।
30ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ବରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ଯିହୁଦୀମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ,
31ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି।
32କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି।
33ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!