31ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି।
32କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି।
33ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!
34“କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି?”
35“ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାହାକୁ ପ୍ରତିଦାନ କରାଯିବ?”