32କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି।
33ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!
34“କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି?”
35“ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାହାକୁ ପ୍ରତିଦାନ କରାଯିବ?”
36“ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।”