4କିନ୍ତୁ ତାହାଙ୍କୁ ଈଶ୍ବର କଅଣ ଉତ୍ତର ଦିଅନ୍ତି? “ଯେଉଁମାନେ ଅନ୍ୟ ବାଆଲ୍ ଦେବତା ସମ୍ମୁଖରେ ଆଣ୍ଠୁ ପକାଇ ନାହାନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।”
5ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।
6କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।
7ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
8ଯେପରି ଲେଖାଅଛି, “ଈଶ୍ବର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ।”