ରୋମୀୟ 11

ପୁଣି, ଦାଉଦ କହନ୍ତି, “ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧ ସ୍ୱରୂପ ହେଉ।

Romans 11:9 (UKJV) And David says, Let their table be made a snare, and a trap, and a stumbling block, and a recompence unto them:

7ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;

8ଯେପରି ଲେଖାଅଛି, “ଈଶ୍ବର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ।”

9ପୁଣି, ଦାଉଦ କହନ୍ତି, “ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧ ସ୍ୱରୂପ ହେଉ।

10ଯେପରି ସେମାନେ ଦେଖି ନ ପାରନ୍ତି, ଏଥିପାଇଁ ସେମାନଙ୍କ ଚକ୍ଷୁ ଅନ୍ଧ ହେଉ, ଆଉ, ତୁମ୍ଭେ ସେମାନଙ୍କ ପୃଷ୍ଠ ସର୍ବଦା କୁବ୍‍ଜା କରି ରଖ।”

11ତେବେ ମୁଁ ପଚାରେ, କଅଣ ଯିହୁଦୀମାନେ ବିନଷ୍ଟ ହେବା ନିମନ୍ତେ ଝୁଣ୍ଟିଲେ? ତାହା କେବେ ହେଁ ନ ହେଉ, ବରଂ ସେମାନଙ୍କୁ ଉଦ୍‍ଯୋଗୀ କରିବା ନିମନ୍ତେ ସେମାନଙ୍କ ପତନ ଦ୍ୱାରା ଅଣଯିହୁଦୀମାନଙ୍କ ନିକଟରେ ପରିତ୍ରାଣ ଉପସ୍ଥିତ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.