8ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।
9ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
10ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
11ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
12ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;