9ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
10ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
11ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
12ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;
13ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।