11ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
12ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;
13ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।
14ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।
15ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।