16ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ।
17ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;
18ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।
19ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”
20“ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାହାକୁ ଭୋଜନ କରାଅ; ଯଦି ସେ ତୃଷିତ ତାହାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାହାର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।”