ରୋମୀୟ 12

ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।

Romans 12:2 (UKJV) And be not conformed to this world: but be all of you transformed by the renewing of your mind, that all of you may prove what is that good, and acceptable, and perfect, will of God.

1ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।

2ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।

3କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।

4କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.