2ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
3କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
4କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ,
5ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
6ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;