9କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
10ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।
11ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।
12ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ।
13ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।