10ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।
11ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।
12ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ।
13ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
14ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।