ରୋମୀୟ 13

କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,

Romans 13:3 (UKJV) For rulers are not a terror to good works, but to the evil. Will you then not be afraid of the power? do that which is good, and you shall have praise of the same:

1ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।

2ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ।

3କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,

4କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି।

5ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.