ରୋମୀୟ 13

ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।

Romans 13:6 (UKJV) For for this cause pay all of you tribute also: for they are God's ministers, attending continually upon this very thing.

4କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି।

5ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ।

6ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।

7ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।

8ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.