9କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।
10କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା।
11ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ‘ଆମ୍ଭେ ଜୀବିତ ଥିବା ପ୍ରମାଣେ,’ ‘ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ବରଙ୍କ ପ୍ରଶଂସା କରିବ।’”
12ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।
13ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।