15କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ। ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାହାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ।
16ଏଣୁ ତୁମ୍ଭମାନଙ୍କର ଉତ୍ତମ ବିଷୟ ନିନ୍ଦିତ ନ ହେଉ;
17କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
18ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ।
19ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ।