ରୋମୀୟ 14

ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ।

Romans 14:19 (UKJV) Let us therefore follow after the things which make for peace, and things wherewith one may edify another.

17କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।

18ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ।

19ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ।

20ଖାଦ୍ୟ ସକାଶେ ଈଶ୍ବରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ।

21ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.