21ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।
22ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ବରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ। ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ।
23କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ।