ରୋମୀୟ 14

ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ବର ତାହାକୁ ଗ୍ରହଣ କରିଅଛନ୍ତି।

Romans 14:3 (UKJV) Let not him that eats despise him that eats not; and let not him which eats not judge him that eats: for God has received him.

1ବିଶ୍ୱାସରେ ଯେ ଦୁର୍ବଳ, ତାହାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ।

2ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ।

3ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ବର ତାହାକୁ ଗ୍ରହଣ କରିଅଛନ୍ତି।

4ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।

5ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.