3ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ବର ତାହାକୁ ଗ୍ରହଣ କରିଅଛନ୍ତି।
4ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।
5ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ।
6ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।
7କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ।