ରୋମୀୟ 14

କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ।

Romans 14:7 (UKJV) For none of us lives to himself, and no man dies to himself.

5ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ।

6ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।

7କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ।

8ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ।

9କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.