9ପୁଣି, ଯେପରି ଅଣଯିହୁଦୀମାନେ ଈଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖାଅଛି, “ଏଥିପାଇଁ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”
10ପୁନଶ୍ଚ ସେ କହନ୍ତି, “ହେ ଅଣଯିହୁଦୀମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର।”
11ପୁନଶ୍ଚ, “ହେ ଅଣଯିହୁଦୀ ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକମାନେ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ।”
12ପୁନର୍ବାର ଯିଶାଇୟ କହନ୍ତି, “ଯିଶୀଙ୍କ ମୂଳ ରହିବ, ଆଉ ଯେ ଅଣଯିହୁଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୁଦୀମାନେ ତାହାଙ୍କ ଉପରେ ଭରସା ରଖିବେ।”
13ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।