ରୋମୀୟ 15

ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ଉତ୍ତମତା ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।

Romans 15:14 (UKJV) And I myself also am persuaded of you, my brethren, that all of you also are full of goodness, filled with all knowledge, able also to admonish one another.

12ପୁନର୍ବାର ଯିଶାଇୟ କହନ୍ତି, “ଯିଶୀଙ୍କ ମୂଳ ରହିବ, ଆଉ ଯେ ଅଣଯିହୁଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୁଦୀମାନେ ତାହାଙ୍କ ଉପରେ ଭରସା ରଖିବେ।”

13ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।

14ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ଉତ୍ତମତା ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।

15ତଥାପି ମୋତେ ଈଶ୍ବରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି।

16କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.