ରୋମୀୟ 15

କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।

Romans 15:16 (UKJV) That I should be the minister of Jesus Christ to the Gentiles, ministering the gospel of God, that the offering up of the Gentiles might be acceptable, being sanctified by the Holy Spirit.

14ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ଉତ୍ତମତା ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।

15ତଥାପି ମୋତେ ଈଶ୍ବରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି।

16କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।

17ଏଣୁ ଈଶ୍ବରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି।

18କାରଣ ଅଣଯିହୁଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍‍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.