1ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
2ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ।
3କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖାଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା।
4ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।