19ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
20ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୁଆ ଉପରେ ନ ଗଢ଼େ, ଏଥିନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;
21ଯେପରି ଲେଖାଅଛି, “ଯେଉଁମାନେ ତାହାଙ୍କ ସମ୍ବାଦ ପାଇ ନାହାନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାନ୍ତି, ସେମାନେ ବୁଝିବେ।”
22ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ରୋକାଯାଇଅଛି;
23କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,