ରୋମୀୟ 15

ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ରୋକାଯାଇଅଛି;

Romans 15:22 (UKJV) For which cause also I have been much hindered from coming to you.

20ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୁଆ ଉପରେ ନ ଗଢ଼େ, ଏଥିନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;

21ଯେପରି ଲେଖାଅଛି, “ଯେଉଁମାନେ ତାହାଙ୍କ ସମ୍ବାଦ ପାଇ ନାହାନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାନ୍ତି, ସେମାନେ ବୁଝିବେ।”

22ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ରୋକାଯାଇଅଛି;

23କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,

24ମୁଁ ସ୍ପେନ ଦେଶକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେ ସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.