26କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀ-ସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି।
27ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ଅଣଯିହୁଦୀମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ।
28ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି।
29ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।
30ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋʼ ନିମନ୍ତେ ଈଶ୍ବରଙ୍କ ନିକଟରେ ମୋʼ ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,