5ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
6ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ବରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର।
7ଅତଏବ ଈଶ୍ବରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର।
8କାରଣ ମୁଁ କହେ, ଖ୍ରୀଷ୍ଟ, ଈଶ୍ବରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,
9ପୁଣି, ଯେପରି ଅଣଯିହୁଦୀମାନେ ଈଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖାଅଛି, “ଏଥିପାଇଁ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”