7ଅତଏବ ଈଶ୍ବରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର।
8କାରଣ ମୁଁ କହେ, ଖ୍ରୀଷ୍ଟ, ଈଶ୍ବରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,
9ପୁଣି, ଯେପରି ଅଣଯିହୁଦୀମାନେ ଈଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖାଅଛି, “ଏଥିପାଇଁ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”
10ପୁନଶ୍ଚ ସେ କହନ୍ତି, “ହେ ଅଣଯିହୁଦୀମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର।”
11ପୁନଶ୍ଚ, “ହେ ଅଣଯିହୁଦୀ ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକମାନେ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ।”