8ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ।
9ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ।
10ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ। ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ।
11ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ। ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ।
12ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ। ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି।