12ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ। ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି।
13ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋହର ମାତା ସ୍ୱରୂପ।
14ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା, ହର୍ମାସ୍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ।
15ଫିଲଲଗ ଓ ଯୂଲିଅ, ନୀରୂସ୍ ଓ ତାହାଙ୍କ ଭଉଣୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ।
16ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।”