ରୋମୀୟ 16

ଫିଲଲଗ ଓ ଯୂଲିଅ, ନୀରୂସ୍‍ ଓ ତାହାଙ୍କ ଭଉଣୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ।

Romans 16:15 (UKJV) Salute Philologus, and Julia, Nereus, and his sister, and Olympas, and all the saints which are with them.

13ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋହର ମାତା ସ୍ୱରୂପ।

14ଅସୁଙ୍କ୍ରିତ, ଫ୍ଳେଗୋନ୍‍, ହର୍ମୀସ୍‍, ପାତ୍ରବା, ହର୍ମାସ୍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ।

15ଫିଲଲଗ ଓ ଯୂଲିଅ, ନୀରୂସ୍‍ ଓ ତାହାଙ୍କ ଭଉଣୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ।

16ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।”

17ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.