16ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।”
17ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
18କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।
19ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା।
20ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।