ରୋମୀୟ 16

ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍‍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା।

Romans 16:19 (UKJV) For your obedience has come abroad unto all men. I am glad therefore on your behalf: but yet I would have you wise unto that which is good, and simple concerning evil.

17ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;

18କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।

19ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍‍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା।

20ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

21ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.