ରୋମୀୟ 16

ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି।

Romans 16:22 (UKJV) I Tertius, who wrote this epistle, salute you in the Lord.

20ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

21ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

22ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି।

23ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

24[ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.